ରେଚନ
(EXCRETION)
ଶରୀରର ବିଭିନ୍ନ କୋଷରେ ଜୈବରାସାୟନିକ ପ୍ରକ୍ରିୟା ଅହରହ ଚାଲିଥାଏ। ଏହି ସମସ୍ତ କ୍ରିୟା ପାଇଁ ଆବଶ୍ୟକ ଉପଯୁକ୍ତ ଖାଦ୍ୟ ଓ ଏନ୍ଜାଇମ୍। ଆମେ ଗ୍ରହଣ କରୁଥିବା ଖାଦ୍ୟ ଓ ଅମ୍ଳଜାନରୁ କୋଷ ଆବଶ୍ୟକ ମୁତାବକ ଶକ୍ତି ପାଇଥାଏ। (ଖାଦ୍ୟ ଓ ପୋଷଣ ସଂପର୍କରେ ଆମେ ପ୍ରଥମ ଅଧ୍ୟାୟରେ ଆଲୋଚନା କରିଛେ ।) ଶରୀରରେ ହେଉଥିବା ବିଭିନ୍ନ ଚୟାପଚୟ ପ୍ରକ୍ରିୟାରୁ ଜାତ ହେଉଥିବା ବର୍ଜ୍ୟବସ୍ତୁ (Waste product) ଶରୀର ପାଇଁ ଅଦରକାରୀ ଓ ହାନିକାରକ। ଏଣୁ ଶରୀରରେ ଥିବା ବିଶେଷ ବ୍ୟବସ୍ଥା ଏହି ବର୍ଜ୍ୟବସ୍ତୁଗୁଡ଼ିକୁ ନିଷ୍କାସିତ କରି ଶରୀର ଭିତର ପରିବେଶକୁ ପ୍ରଦୂଷଣମୁକ୍ତ ରଖେ । (ଫଳରେ କୋଷରେ ହେଉଥିବା ବିଭିନ୍ନ ଜୈବରାସାୟନିକ କାର୍ଯ୍ୟକଳାପର ସନ୍ତୁଳନ ବଜାୟ ରହେ ଓ ଶରୀର ସୁସ୍ଥ ରହେ। ଏହି ପ୍ରକ୍ରି ୟାକୁ ରେଚନ କୁ ହାଯାଏ । (ରେଚନ ତନ୍ତ୍ର (Excretory System) เยศ ଏମୋନିଆ, ୟୁରିଆ, ୟୁରିକ୍ ଏସିଡ୍ ଜାତୀୟ ବର୍ଜ୍ୟବସ୍ତୁର ନିଷ୍କାସନ ହୁଏ ଏବଂ ଶରୀରରେ ଜଳ ଓ ଧାତବ ଲବଣ ଆଦି ପଦାର୍ଥର ସନ୍ତୁଳନ ବଜାୟ ରହେ।)
(ଶରୀରରେ ପୁଷ୍ଟିସାର ଚୟାପଚୟ ଫଳରେ ଏମୋନିଆ ନିର୍ଗତ ହୋଇଥାଏ । ଏମୋନିଆ ଏକ ଗ୍ୟାସୀୟ ପଦାର୍ଥ । ଏହା ଜଳରେ ଅତିମାତ୍ରାରେ ଦ୍ରବଣୀୟ । ଦ୍ରବୀଭୂତ ଏମୋନିଆ ଶରୀର ପାଇଁ କ୍ଷତିକାରକ। ଜଳଚର ପ୍ରାଣୀ ଶରୀରରୁ ଉତ୍ପନ୍ନ ହେଉଥିବା ଏମୋନିଆକୁ ବିସରଣ ପ୍ରକ୍ରିୟା ଦ୍ଵାରା ସିଧାସଳଖ ଜଳୀୟ ପରିବେଶକୁ ନିଷ୍କାସିତ କରିଥାନ୍ତି। ସ୍ଥଳଚର ପ୍ରାଣୀଙ୍କଠାରେ ସେ ସୁବିଧା ନାହିଁ। ତେଣୁ ସେମାନେ ଶରୀରରେ ଜାତ ହେଉଥି ବା ଏମୋନିଆକୁ ୟୁରିଆ (Urea) ବ( ୟୁରିକ୍ ଏସିଡ୍ (Uric acid) ରେ ପରିଣତ କରି ଶରୀରରୁ ନିଷ୍କାସିତ କରିଥାନ୍ତି । ରେଚନ ମାଧ୍ୟମରେ ମଣିଷ ତଥା ଅନ୍ୟ ସମସ୍ତ ସ୍ତନ୍ୟପାୟୀ ପ୍ରାଣୀ, ବେଙ୍ଗ ଜାତୀୟ ଉଭୟଚର, ସାର୍କ ଜାତୀୟ ମାଛ ଶରୀରରୁ ( ୟୁରିଆ) ତ୍ୟାଗ କରୁଥିବାବେଳେ ପକ୍ଷୀ, ସରୀସୃପ ଓ ପତଙ୍ଗ ଶରୀରରୁ ୟୁରିକ୍ ଏସିଡ୍ ନିଷ୍କାସନ କରିଥାନ୍ତି।
4.0 ପ୍ରାଣୀରେ ରେଚନ :
ମେରୁଦଣ୍ଡୀ ପ୍ରାଣୀମାନଙ୍କ ଯକୃତ୍ରେ ଏମୋନିଆ ସହ ଅଙ୍ଗାରକାମ୍ଳର ରାସାୟନିକ ସଂଯୋଗ ହୋଇ ୟୁରିଆ ଉତ୍ପନ୍ନ ହୋଇଥାଏ। ୟୁରିଆ (NH-CO-NH) ଜଳରେ ଦ୍ରବଣୀୟ, ତେଣୁ ରକ୍ତରେ ମିଶି ଏହା ବୃକ୍କରେ ପହଞ୍ଚିଥାଏ। ବୃକ୍କରେ ରକ୍ତରୁ ୟୁରିଆ ଅଲଗା ହୁଏ ଓ ଜଳରେ ଦ୍ରବୀଭୂତ ହୋଇ ମୂତ୍ର ସହ ଶରୀରରୁ ବାହାରିଯାଏ ।